www.samajalive.in
Monday, December 15, 2025
26.1 C
Bhubaneswar

କନ୍ଧମାଳ: ୨୪ ନୂଆ ସଂକ୍ରମିତ ଚିହ୍ନଟ, ପୁଣି ଜଣେ ମୃତ

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ଆଜି ୨୪ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ କିଛିଦିନ ହେଲା ଜିଲାରେ ସଂକ୍ରମିତ ସଂଖ୍ୟା ୭ରୁ ୧୪ ମଧ୍ୟରେ ଥିବା ବେଳେ ଆଜି ତାହା ବୃଦ୍ଧି ପାଇଥିବାରୁ ପୁଣି ଚିନ୍ତା ବଢିଯାଇଛି। ଆଜି ଚିହ୍ନଟ ୨୪ ଜଣଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୬୩୭ ରେ ପହଂଚିଛି। ଏହି ସମସ୍ତ ଆକ୍ରାନ୍ତ ମାନଙ୍କ ମଧ୍ୟରୁ ୫,୪୬୦ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜିଲ୍ଲାରେ ଆଉ ଜଣେ ୪୨ ବର୍ଷିୟ ପୁରୁଷଙ୍କର କରୋନା ଜନିତ ମୃତ୍ୟୁ ହେବାପରେ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦ ରେ ପହଂଚିଛି। ଆଉ ୧୪୭ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଛନ୍ତି। ଆଜିର ଚିହ୍ନଟ ମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଂଚଳରେ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ବାଲିଗୁଡା ଗ୍ରାମାଂଚଳରେ ୬ ଜଣ , ରାଇକିଆର ଜଣେ,ଦାରିଙ୍ଗବାଡିର ୧୦ ଜଣ, ଚକାପାଦର ୩ ଜଣ, କ.ନୁଆଗାଁର ୨ ଜଣ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁଚନା ମିଳିଛି। ତେବେ କରୋନା ସଂକ୍ରମଣ ଲାଗିଥିବାରୁ ଲୋକଙ୍କୁ ଘରୁ ନ ବାହାରିବାକୁ ପ୍ରଶାସନ ତରଫରୁ କୁହାଯାଇଛି। ଅତି ଆବଶ୍ୟକ କାମରେ ଘରୁ ବାହାରିବା ବେଳେ ମୁହଁରେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୁରତା ବଜାୟ ରଖି ଯାତାୟାତ କରିବା ସହିତ କୋଭିଡ ନିୟମ ମାନି ଚଳିବାକୁ ଜିଲ୍ଲା ପ୍ରଶାସନ ପରାମର୍ଶ ଦେଇଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories