www.samajalive.in
Monday, December 15, 2025
26.1 C
Bhubaneswar

କନ୍ଧମାଳ: ଜଣେ କୋଭିଡ ଯୋଦ୍ଧାଙ୍କ ସମେତ ୧୦ ନୂଆ କରୋନା ସଂକ୍ରମିତ ଚିହ୍ନଟ

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ଜଣେ କୋଭିଡ ଯୋଦ୍ଧାଙ୍କ ସମେତ ଆଜି ଆଉ ୧୦ ନୂଆ କୋଭିଡ ସଂକ୍ରମିତି ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତମାନଙ୍କ ସହ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୮୫୬ ହୋଇଛି। ସମସ୍ତ ଆକ୍ରାନ୍ତମାନଙ୍କ ମଧ୍ୟରୁ ଆଜି ସୁଦ୍ଧା ୫,୭୫୫ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩ ରହିଛି। ଆଉ ୬୮ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସପିଟାଲରେ ରହି ଚିକିତ୍ସିତ ହେଉଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆଜିର ସଂକ୍ରମିତମାନଙ୍କ ମଧ୍ୟରୁ ଫୁଲବାଣୀ ପୌରାଂଚଳର ଜଣେ ସଂକ୍ରମିତ ରହିଥିବାବେଳେ ବାଲିଗୁଡାର ୨ ଜଣ, ଘୁ.ଉଦୟଗିରିର ୩ଜଣ, ଦାରିଙ୍ଗବାଡି, ଫିରିଙ୍ଗିଆ, କ.ନୁଆଗାଁ ଏବଂ ତୁମୁଡିବନ୍ଧ ଅଂଚଳର ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ସୂତ୍ରରୁ ଜଣାପଡିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories