www.samajalive.in
Saturday, December 6, 2025
19.1 C
Bhubaneswar

ପୁଅର ଟାଙ୍ଗିଆ ଚୋଟରେ ମାଆ ଗୁରୁତର

କନ୍ଧମାଳ  : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କେଲାପଡା ପଂଚାୟତ ଗୁରୁପଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଜଣେ ପୁଅର ଟାଙ୍ଗିଆ ଚୋଟରେ ମାଆ ଗୁରୁତର ହୋଇ ମେଡିକାଲରେ ଭର୍ତି ହୋଇଥିବା ସୂଚନା ମିଳିଛି।  ସୂଚନା ଯୋଗ୍ୟ , ଗୁରୁପଡା ଗାଁର ବୈକୁଣ୍ଠ ମିଶ୍ର ନାମକ ଜଣେ ବ୍ୟକ୍ତିଙ୍କ ସାନ ପୁଅ ଅଶ୍ୱିନୀ ମିଶ୍ର ବୁଧବାର ପ୍ରାୟ ୧୨ ଟା ସମୟରେ କୌଣସି କାରଣ ବଶତଃ ତାର ମା ମାଳତୀ ମିଶ୍ରଙ୍କ ସହ ବଚସା ହୋଇଥିଲା ।  ଏଥିରେ ଉତ୍ୟକ୍ତ ହୋଇ ପୁଅ ଅଶ୍ୱିନୀ ଏକ ଧାରୁଆ ଟାଙ୍ଗିଆରେ ହାଣି ପକେଇଥିଲା । ଏହାପରେ ଅଭିଯୁକ୍ତ ପୁଅ ଟାଙ୍ଗିଆ ସହ ଫିରିଙ୍ଗିଆ ଥାନାରେ ଆତ୍ମ ସମର୍ପଣ କରିଥିବା ଜଣା ପଡିଛି ।
ଅନ୍ୟପଟେ ଖବର ପାଇ ଫିରିଙ୍ଗିଆ ଥାନାର ଅତିରିକ୍ତ ଥାନା ଅଧିକାରୀ ପ୍ରଦୀପ କୁମାର ରାଉଳ ଘଟଣା ସ୍ଥଳରେ ପାହାନ୍ତି ରକ୍ତ ଜୁଡୁବୁଡୁ ଅବସ୍ଥାରେ ଗୁରୁତର ମହିଳାକୁ ଉଦ୍ଧାର କରି ପ୍ରଥମେ ଫିରିଙ୍ଗିଆ ମେଡିକାଲକୁ ଚିକିତ୍ସା ପାଇଁ ଆଣିଥିବା ବେଳେ ପରେ ଅବସ୍ଥା ଆହୁରି ଗୁରୁତର ହେବାରୁ ତାଙ୍କୁ ପୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଥିବା ପୁଲିସ ସୂତ୍ର ରୁ ସୂଚନା ଦିଆଯାଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories