www.samajalive.in
Sunday, December 7, 2025
23.1 C
Bhubaneswar

ଗାଈ ଚରାଳିଙ୍କୁ ହତ୍ୟା କଲା ଜମି ମାଲିକ

କନ୍ଧମାଳ : କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଖାରିଗୁଡ଼ା ଗାଁରେ ମକା ଫସଲ ଗୋରୁ ଖାଇଦେଲା ବୋଲି ଗାଈ ଚରାଳିଙ୍କୁ ଜମି ମାଲିକ ଗୁଳି କରି ହତ୍ୟା କରିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବ୍ରାହ୍ମଣୀ ଗାଁର ମାଦି ପଡ୍ରା। ସୂଚନା ଅନୁଯାୟୀ, ଆକାଶ ଗାଁ ନିକଟରେ ଥିବା ଜମିରେ ମକା ଚାଷ କରିଥିଲେ। ମାଦିଙ୍କ ଗାଈ ସେଇ ମକା ଫସଲ ଖାଇଦେବାରୁ ଏଥିରେ ଆକାଶ ଉତ୍ତ୍ୟକ୍ତ ହୋଇ ମାଦିଙ୍କୁ ଗୁଳିକରି ହତ୍ୟା କରିଥିଲେ। ଜମି ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମାଦିଙ୍କୁ ପରିବାର ଲୋକେ ପାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ସେଠାରେ ଡାକ୍ତର ମାଦିଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ପରିବାର ଲୋକେ ବ୍ରାହ୍ମଣୀଗାଁ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଅଭିଯୁକ୍ତ ଆକାଶକୁ ଗିରଫ କରିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories