www.samajalive.in
Saturday, December 6, 2025
19.1 C
Bhubaneswar

ବିଲରେ ହଳ କରୁଥିବା ବେଳେ ଟଳିପଡିଲେ ଚାଷୀ

ଫୁଲବାଣୀ: ବିଲରେ ହଳ କରୁଥିବା ସମୟରେ ଟଳି ପଡିଲେ ଜଣେ ଚାଷୀ। ମୃତ ଚାଷୀଙ୍କ ବୟସ ୫୯। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ପଲାବୁଡି ପଞ୍ଚାୟତର ଆଟାଶ୍ରାମ୍ବୁ ଗାଁରେ। ମୃତକ ଜଣକ ଆଟାଶ୍ରାମ୍ବୁ ଗାଁର ଇତିକ କହଁର ବୋଲି ଜଣାପଡିଛି। ସୂଚନା ଅନୁସାରେ ଚାଷୀ ଜଣକ ରବିବାର ସକାଳୁ ନିଜ ବିଲକୁ ହଳ କରିବାକୁ ଯାଇଥିଲେ। ହଳ କରିବା ସମୟରେ ବିଲରେ ହିଁ ସେ ମୁଣ୍ଡ ବୁଲେଇ ହଠାତ ପଡିଯାଇଥିଲେ। ଖବର ପାଇ ପରିବାର ଲୋକେ ତାଙ୍କୁ ଫିରିଙ୍ଗିଆ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। କିନ୍ତୁ ମେଡିକାଲ ପହଞ୍ଚିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ବିଷୟରେ ଖବର ପାଇ ଗୋଛାପଡା ପୋଲିସ ଫିରିଙ୍ଗିଆ ମେଡିକାଲରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠେଇ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ଗୋଛାପଡା ଥାନା ଅଧିକାରୀ ପ୍ରଭାତ କୁମାର ବେହେରା ସୂଚନା ଦେଇଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories