www.samajalive.in
Saturday, December 6, 2025
26.1 C
Bhubaneswar

ନାଳକୁ କାର୍‌‌ ଖସି , ବିଏସଏଫ୍‌‌ ଯବାନଙ୍କ ସହ ୬ ମୃତ

ଲଖନଉ : କାନପୁରରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲିଯାଇଛି। କାର୍‌‌ ଅନିୟନ୍ତ୍ରିତ ହୋଇ ନାଳକୁ ଖସି ପଡି ବିଏସ୍‌‌ଏଫ ଯବାନଙ୍କ ସହ ଛଅ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ୨ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରିଛି।
ସୂଚନା ଯୋଗ୍ୟ, କାନପୁର ଦେହାତରେ ରବିବାର ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ ସିକନ୍ଦରାର ସନ୍ଦଲପୁର ମାର୍ଗରେ ଜଗନ୍ନାଥପୁର ଗାଁ ନିକଟରେ ଏକ କାର୍‌‌ ଅନିୟନ୍ତ୍ରିତ ହୋଇ ନାଳକୁ ଖସି ପଡିଥିଲା। କାର୍‌‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଶିଶୁଙ୍କୁ ଉଦ୍ଧାର କରାଯାଇଛି। କାର୍‌‌ରେ ଥିବା ଯାତ୍ରୀ ଏକ ତିଳକ ସମାରୋହରେ ଯୋଗ ଦେଇ ଫେରୁଥିଲେ। ଦୁର୍ଘଟଣା ଖବର ପାଇ ପୁଲିସ ସଭିଁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା। ମାତ୍ର ଡାକ୍ତର ସେଠାରେ ୬ ଜଣଙ୍କୁ ମୃତ ଘୋଷଣା କରିଥିଲେ।

 

- Advertisement -

 

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories