www.samajalive.in
Monday, December 15, 2025
16.1 C
Bhubaneswar

ଉତ୍କଳମଣି ଗୋପବନ୍ଧୁଙ୍କ ଜୟନ୍ତୀ ଉତ୍ସବ ପାଳନ

କଣ୍ଟାବାଞ୍ଜି: ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ୟାମ ସୁନ୍ଦର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନର ପରିଚାଳନା ସମିତିର କୋଷାଧ୍ୟକ୍ଷ କୁଞ୍ଜ ବିହାରୀ ବେହେରା ଏବଂ ସମ୍ମାନିତ ଅତିଥି ଭାବେ ପରିଚାଳନା ସମିତିର ସଦସ୍ୟ ତଥା କବୟିତ୍ରୀ ଅଞ୍ଜଳି ମାଝୀ ଯୋଗ ଦେଇଥିଲେ। ଉପସ୍ଥିତ ଥିବା ନବମ ଓ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀ ଏବଂ ବରିଷ୍ଠ ଆଚାର୍ଯ୍ୟ ସୁଜୁ ବଗର୍ତ୍ତୀ ଉତ୍କଳମଣିଙ୍କ ଜୀବନୀ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଛାତ୍ରୀ ଶୁଭସ୍ମିତା ପାଢୀ ଉପସ୍ଥିତ ଅତିଥି ଅଧିକାରୀଙ୍କ ପରିଚୟ ପ୍ରଦାନ କରିଥିଲେ। ଶେଷରେ ସହପ୍ରଧାନ ଆଚାର୍ଯ୍ୟ ପବନ କୁମାର ମିଶ୍ର ଉପସ୍ଥିତ ଅତିଥି ଅଧିକାରୀଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଆଭାସୀ ବ୍ୟବସ୍ତା ମାଧ୍ୟମରେ ଅନୁଷ୍ଠାନର ଅନ୍ୟ ଶ୍ରେଣୀର ଛାତ୍ରଛାତ୍ରୀମାନେ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories