www.samajalive.in
Monday, December 8, 2025
27.1 C
Bhubaneswar

କେ.ଭି. କଲେଜ ପରିସରରେ ୫୦ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସର ଭିତ୍ତି ପ୍ରସ୍ତର ସ୍ଥାପନ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି କେ. ଭି. କଲେଜ ପରିସରରେ ଉଚ୍ଚ ଶିକ୍ଷା ବିଭାଗ ଓ.ଏଚ. ଇ. ପି. ଇ. ଇ. ଅନୁଦାନରେ ନିର୍ମାଣ ହେବାକୁ ଥିବା ୫୦ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଭୂମି ପୂଜନ ଉତ୍ସବରେ ସ୍ଥାନୀୟ ବିଧାୟକ ସନ୍ତୋଷ ସିଂ ସାଲୁଜା ଯୋଗଦେଇ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ କଲେଜ ଅଧ୍ୟକ୍ଷ ସତ୍ୟବ୍ରତ ମିଶ୍ର କଲେଜ ଏକ କ୍ୟାଣ୍ଟିନ ଘର ନିର୍ମାଣ ପାଇଁ ଅନୁଦାନ ରାଶି ଯୋଗାଇ ଦେବାକୁ ବିଧାୟକ ସାଲୁଜାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ବିଧାୟକ ତାଙ୍କ ପାଣ୍ଠିରୁ କ୍ୟାଣ୍ଟିନ ଗୃହ ନିର୍ମାଣ ପାଇଁ ଆବଶ୍ୟକ ପାଣ୍ଠି ଯୋଗାଇ ଦେବାକୁ ଘୋଷଣା କରିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ତ୍ତ ଓ ଗୃହ ନିର୍ମାଣ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଅର୍ଜୁନ ବେହେରା, ସହକାରୀ ନିର୍ବାହୀ ଯନ୍ତ୍ରୀ ଏସ. ପାତ୍ରୋ କଲେଜର ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories