www.samajalive.in
Monday, December 15, 2025
14.1 C
Bhubaneswar

ବିଜ୍ଞାନର ଉପକାରିତା ଲୋକଙ୍କ ପାଖରେ ପହଞ୍ଚିବା ଦରକାର

କଣ୍ଟାବାଞ୍ଜି: ରବିବାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, କଣ୍ଟାବାଞ୍ଜିରେ ଜାତୀୟ ବିଜ୍ଞାନ ଦିବସ ପାଳନ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ଶ୍ୟାମ ସୁନ୍ଦର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ଉଦ୍ଘାଟନ ଉତ୍ସବରେ ଅନୁଷ୍ଠାନର ସଭାପତି ରାମଚନ୍ଦ୍ର ସାହୁ, ସମ୍ପାଦକ ବ୍ରଜଶ୍ୟାମ ଗୁରୁ କୋଷାଧ୍ୟକ୍ଷ କୁଞ୍ଜ ବିହାରୀ ବେହେରା ପ୍ରମୁଖ ଛାତ୍ରଛାତ୍ରୀଙ୍କୁ ବିଜ୍ଞାନ ଦିବସର ମହତ୍ତ୍ୱ ତଥା ବୈଜ୍ଞାନିକ ସି.ଭି. ରମଣଙ୍କ ଜୀବନୀ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ବିଜ୍ଞାନର ଉପକାରିତା ଲୋକଙ୍କ ପାଖରେ ପହଞ୍ଚିବା ଦରକାର। ଏଥିପାଇଁ ଛାତ୍ରଛାତ୍ରୀମାନେ ପ୍ରମୁଖ ଭୂମିକା ନିର୍ବାହ କରିପାରିବେ ବୋଲି ସେମାନେ କହିଥିଲେ। ଏଥି ସହିତ ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଜ୍ଞାନ ପ୍ରଶ୍ନମଞ୍ଚ, ପତ୍ର ବାଚନ, ପ୍ରକଳ୍ପ ପ୍ରଦର୍ଶନ, ପୁସ୍ତକ ସଂଗ୍ରହ, ଜୀବନୀ ଚର୍ଚ୍ଚା ଆଦି କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା। ଅନୁଷ୍ଠାନର ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା, ଅଭିଭାବକ ଅଭିଭାବିକା ଓ ଶୁଭେଚ୍ଛୁଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories