କଣ୍ଟାବାଞ୍ଜି: ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତୀୟ ଶିଶୁ ଦିବସ ପାଳିତ ହୋଇଯାଇଛି । ଚଳିତ ବର୍ଷର ବିଷୟବସ୍ତୁ ପ୍ରତ୍ୟେକ ଶିଶୁକୁ ଉଜ୍ଜ୍ଵଳ ଭବିଷ୍ୟତ ଦେବା ଲକ୍ଷ୍ୟରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ଆବାହକତ୍ୱରେ ଅତିଥି ଭାବରେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଥମିର ଛତ୍ରିଆ, ଶିକ୍ଷକ କିଶୋର ବରିହା, ଶିକ୍ଷୟିତ୍ରୀ ଦେବକୀ ତାଣ୍ଡୀ ଉପସ୍ଥିତ ଥିଲେ। ଶିଶୁମାନେ ଦେଶର ଭବିଷ୍ୟତ ତେଣୁ ତାଙ୍କର ଉଜ୍ଜ୍ଵଳ ଭବିଷ୍ୟତ କାମନା କରିବା ହେଉଛି ପ୍ରତ୍ୟେକଙ୍କ କର୍ତ୍ତବ୍ୟ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ।ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କୁ ଚକୋଲେଟ ବଣ୍ଟନ କରାଯାଇଥିଲା।ଏହି ସଭାରେ ଅଭିଭାବକ ଓ ଗ୍ରାମବାସୀ ସହଯୋଗ କରିଥିଲେ।
Popular Categories



