www.samajalive.in
Saturday, December 6, 2025
26.1 C
Bhubaneswar

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: ତୁରେକେଲା ଥାନା ଅନ୍ତର୍ଗତ ବାଞ୍ଜିପାଲି ଗାଁ ଉପକଣ୍ଠ ଚାଷଜମିରେ ଥିବା ଏକ ମହୁଲ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଯୁବକ ଜଣକ ହେଲେ ବାଞ୍ଜିପାଲି ଗ୍ରାମର ବୈଶାଖୁ ମାଝିଙ୍କ ପୁଅ ହେମନ୍ତ ମାଝି(୧୮)। ହେମନ୍ତ ଆଜି ସକାଳ ସମୟରେ ଘରୁ ବାହାରି ବାହାରକୁ ଯାଇ ଅଉ ଘରକୁ ଫେରି ନଥିଲେ। ପରେ ଘରଲୋକ ହେମନ୍ତ ମହୁଲ ଘଛରେ ଝୁଲୁଥିବା ଖବର ପାଇ ଘଟଣାସ୍ଥଳକୁ ଯାଇ ହେମନ୍ତଙ୍କ ମୃତଦେହ ଗଛରେ ଝୁଲୁଥିବା ଦେଖିଥିଲେ। ପୁଲିସକୁ ଖବର ଦେବା ପରେ ପୁଲିସ ଘଟଣାସ୍ଥଳକୁ ଯାଇ ଝୁଲନ୍ତା ମୃତଦେହକୁ ଗଛରୁ ଓହ୍ଲାଇ ବ୍ୟବଛେଦ ପାଇଁ କଣ୍ଟାବାଞ୍ଜି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲା। ଅପରାହ୍ନରେ ଶବ ବ୍ୟବଚ୍ଛେଦ ପରେ ସତ୍କାର ପାଇଁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ତଦନ୍ତ କରି ପୁଲିସ ଏଏସ.ଆଇ ବି. ପ୍ରଧାନ ଏକ ଅପମୁତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିବା ବେଳେ ହେମନ୍ତଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ ରହିଛି। ଘରଲୋକେ କିଛି ଜାଣି ନଥିବା ପ୍ରାରମ୍ଭିକ ଅନୁସନ୍ଧାନରୁ ଜଣାପଡିଛି। ହେମନ୍ତ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛି ପ୍ରାରମ୍ଭିକ ତଦନ୍ତରୁ ଜଣାପଡି ନଥିବା ବେଳେ ଶବ ବ୍ୟବଚ୍ଛଦ ରିପୋର୍ଟ ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ସୂଚନା ମିଳିଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories