www.samajalive.in
Sunday, November 16, 2025
15.1 C
Bhubaneswar

ବଳଦକୁ ଧକ୍କା ଦେଲା ବାଇକ୍‌; ଚାଳକ ମୃତ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ୪୨ନଂ ରାଜ୍ୟ ରାଜପଥ ନୁନହାଡ଼ ଗାଁ ନିକଟ ବସଷ୍ଟାଣ୍ଡ ନିକଟରେ ଦୁର୍ଘଟଣା ହୋଇଛି । ବୁଧବାର ପ୍ରାୟ ୧୧ଟା ସମୟ ରେ ବାଇକରେ ଢାବାକୁ ଖାଇବାକୁ ଯାଉଥିବା ସମୟରେ ରାସ୍ତାରେ ଥିବା ବଳଦ ସହ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, କଣ୍ଟାବାଞ୍ଜି ରୋଡ ନଂ ୩ର ଜୈନିକ ବ୍ୟବସାୟୀ ସୌରଭ ଖଣ୍ଡେଲୱାଲ (୪୦) ଚିଟିକି ପଡି ମୁଣ୍ଡରେ ଶକ୍ତ ଆଘାତ ହେବାରୁ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ବଳଦଟିର ମଧ୍ୟ୍ୟ ମୃତ୍ୟୁ ହୋଇଛି । ଘଟଣାସ୍ଥଳରୁ ସୌରଭଙ୍କୁ ଉଦ୍ଧାର କରାଯିବା ପରେ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ । ଆଜି ମୃତକର ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ବେଲପଡା ଥାନାରେ ଏକ ଦୁର୍ଘଟଣା ମାମଲା ରୁଜୁ କରି ପୁଲିସ ତଦନ୍ତ ଚଳାଇଛି ।

 

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories