www.samajalive.in
Sunday, December 14, 2025
17.1 C
Bhubaneswar

୫୨ ଦାଦନ ଶ୍ରମିକ ଉଦ୍ଧାର

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ରେଲୱେ ଷ୍ଟେସନରୁ ୫୨ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ସମସ୍ତ ଶ୍ରମିକଙ୍କୁ ହାଇଦ୍ରାବାଦ ଚାଲାଣ ପାଇଁ ଉଦ୍ୟମ ହେଉଥିବା ବେଳେ ପୁଲିସ ସେମାନଙ୍କୁ ଉଦ୍ଧାର କରିଥିବା ଜଣାପଡ଼ିଛି । ଉଦ୍ଧାର ହୋଇଥିବା ଶ୍ରମିକଙ୍କ ମଧ୍ୟରେ ନାବାଳିକା, ମହିଳା ଓ ପୁରୁଷ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ପୁରୁଷ, ୧୭ ମହିଳା ଓ ୧୭ଜଣ ନାବାଳିକା ଥିବା ପୁଲିସ ସୂଚନା ଦେଇଛି ।  ଉଦ୍ଧାର ହୋଇଥିବା ସମସ୍ତ ଶ୍ରମିକ ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାର ବୋଲି ଜଣାପଡ଼ିଛି । ଘଟଣାରେ ଜଣେ ଦଲାଲକୁ ପୁଲିସ ଅଟକ ରଖିଥିବା ବେଳେ ଅନ୍ୟ ଜଣେ ଦଲାଲ ଫେରାର ହୋଇଯାଇଛି । ଏନେଇ ପୁଲିସ ତଦନ୍ତ ଜାରି ରହିଛି । ଅଧିକ ତଥ୍ୟ ଜାଣିବାକୁ ଅଟକ ଥିବା ଦଲାଲକୁ ପୁଲିସ ପଚାରାଉଚରା କରୁଥିବା ବେଳେ ଫେରାର ଦଲାଲକୁ ଖୋଜିବାକୁ ପୁଲିସ ପ୍ରୟାସ କରୁଛି । ଉଦ୍ଧାର ଶ୍ରମିକଙ୍କୁ ହାଇଦ୍ରାବାଦରେ କେଉଁ କାମରେ ଲଗାଇବାକୁ ନିଆଯାଉଥିଲା ତାହା ଜଣାପଡ଼ିନାହିଁ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories