www.samajalive.in
Sunday, December 7, 2025
15.1 C
Bhubaneswar

କ୍ଲଷ୍ଟରସ୍ତରୀୟ ମିଲେଟ କୁଇଜ

କଣ୍ଟାବାଞ୍ଜି: ତୁରେକେଲା କ୍ଲଷ୍ଟରସ୍ତରୀୟ ମିଲେଟ କୁଇଜ ପ୍ରତିଯୋଗିତା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟସ୍ତରୀୟ ପ୍ରତିଯୋଗିତାରେ ଆୟୁଷ୍ମାନ ବେହେରା, ଯଶୋବନ୍ତ ମେହେର, ଉର୍ମିଳା ମାଝୀ, ପୂର୍ବଦୋୟ ଧରୁଆ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଏହାପରେ ସେମାନେ କ୍ଲଷ୍ଟରସ୍ତରୀୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ତୁରେକେଲା କ୍ଲଷ୍ଟର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଗୋଷ୍ଠୀ ସହଶିକ୍ଷା ଅଧିକାରୀ ଫକୀର ଚରଣ ବିଶି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ। କ୍ଲଷ୍ଟରସ୍ତରରେ ଲର୍କି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ରିତିକ ବାଗ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ତାଙ୍କୁ ବ୍ଲକସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ମନୋନୀତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଶିକ୍ଷକ ରାଜୀବ ଦାସ, ରବୀନ୍ଦ୍ର ରଥ, ସୂର୍ଯ୍ୟରାମ ମାଝୀ, ସୁଦୀପ୍ତା ଜେନା ଓ ସୂର୍ଯ୍ୟମଣି ସିଠ ସହଯୋଗ କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories