www.samajalive.in
Friday, December 5, 2025
16.1 C
Bhubaneswar

ପ୍ରେସ କ୍ଲବ ପକ୍ଷରୁ କଣ୍ଟାବାଞ୍ଜିରେ ଜାତୀୟ ପ୍ରେସ ଦିବସ ପାଳିତ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ପ୍ରେସ କ୍ଲବ ପକ୍ଷରୁ ପ୍ରେସ କ୍ଲବ ଅଫିସରେ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଥିଲା। ଏହି ଅବସରରେ ସାମ୍ବାଦିକତା ଉପରେ ଆଲୋଚନା କରାଯାଇଥିଲା। ରାଜ୍ୟ ସରକାର କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ୨ ଲକ୍ଷ ରୁ ୫ ଲକ୍ଷ ଟଙ୍କା ବୃଦ୍ଧି କରିଥିବାରୁ ରାଜ୍ୟ ସରକାରଙ୍କୁ ପ୍ରେସ କ୍ଲବ ଧନ୍ୟବାଦ ଦେଇଥିଲା । ଆଗାମୀ ଦିନରେ ଏହି ରାଶି ୧୦ ଲକ୍ଷ କରିବା ସହ ସାମ୍ବାଦିକ ସୁରକ୍ଷା ଆଇନ କଡାକଡି କରିବାକୁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ମତ ପ୍ରକାଶ ପାଇଥିଲା ।
ଆସନ୍ତା ୨୪ ତାରିଖ ପ୍ରେସ କ୍ଲବ ପକ୍ଷରୁ ସ୍ଥାନୀୟ ହରିଭବନ ଠାରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର , ପ୍ରେସ କ୍ଲବର ନିଜସ୍ୱ ଭବନ ନିର୍ମାଣ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। କାର୍ଯ୍ୟକାରି ସଭାପତି ସୁରଦାସ ବାଗ , ଉପସଭାପତି ମନୋଜ ଶର୍ମା , ସହ-ସଂପାଦକ ବିସିକେଶନ ମାଝି , କୋଷାଧକ୍ଷ କମଳଜିତ ସିଂ ମଖିଜା, ପରାମର୍ଶଦାତା ଦୁର୍ଗାପ୍ରସାଦ ଗୁପ୍ତା , ଆନନ୍ଦ ମୋଟେ , ଆଶିଷ ଖୈତାନ ,ସଦସ୍ୟ କମଳ ଅଗ୍ରୱାଲ , ଶୈଳେନ୍ଦ୍ର ଜୈନ , ଅମିତ ଶର୍ମା , ଦେବେଶ ଶିଂଘଲ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories