www.samajalive.in
Saturday, December 6, 2025
26.1 C
Bhubaneswar

କୋଇଲା ବୋଝେଇ ଟ୍ରେନରେ ନିଆଁ, କାରଣ ଅସ୍ପଷ୍ଟ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ନିକଟରେ ଏକ କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ। ଅଗ୍ନିଶମ ବିଭାଗ ପହଂଚି ନିଆଁ ଲିଭା ଜାରି ରଖିଛି। ରାୟପୁର ପଟରୁ ବିଶାଖାପାଟଣା ଯାଉଥିବା ଏକ କୋଇଲା ବୋଝେଇ ଚଳନ୍ତା ଟ୍ରେନର ଗୋଟିଏ ବଗିରେ ହଠାତ ନିଆଁ ଲାଗି ଯାଇଥିଲା। ତୁରେକେଲା ରେଲୱେ ଷ୍ଟେସନରୁ ଟ୍ରେନଟି ଆସିଥିବା ବେଳେ ତୁରେକେଲାର ଷ୍ଟେସନ ମାଷ୍ଟର ନିଆଁ ଲାଗି ଯାଇଥିବା ସମ୍ପର୍କରେ କଣ୍ଟାବାଞ୍ଜି ଷ୍ଟେସନକୁ ଖବର ଦେଇଥିଲେ। ଟ୍ରେନଟି କଣ୍ଟାବାଞ୍ଜି ଷ୍ଟେସନ ପହଁଚିଲା ପରେ ଅଗ୍ନିଶମ ବିଭାଗ ପହଂଚି ନିଆଁ ଲିଭା ଜାରି ରଖିଛି। ଟ୍ରେନର ବଗିରେ କୋଇଲା ଥିବା ବେଳେ ଗୋଟିଏ ବଗିରେ ନିଆଁ ଲାଗିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories