www.samajalive.in
Saturday, December 6, 2025
16.1 C
Bhubaneswar

ସ୍ୱତନ୍ତ୍ର ଜିଲା ଦାବି ନେଇ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜିକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବି ନେଇ ମଙ୍ଗଳବାର ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ପାଳନ କରାଯାଉଛି। ଜିଲ୍ଲା ସଙ୍ଘର୍ଷ ସମିତିର ଆହ୍ବାନ କ୍ରମେ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦରେ ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ କଲେଜ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି। ଗାଡି ମଟର ଚଳାଚଳ ସ୍ୱଭାବିକ ରହିଛି। ସ୍ଥାନୀୟ ଇନ୍ଦିରା ଛକ ନିକଟର ଜିଲ୍ଲା ସଙ୍ଘର୍ଷ ସମିତିର କର୍ମକର୍ତା ମାନେ ରାସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ବନ୍ଦରେ ସହରର ୨୦ ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି। ଜିଲ୍ଲା ନାହିଁ ତ ଭୋଟ ନାହିଁ ବୋଲି ଆନ୍ଦୋଳନକାରୀ ମାନେ ନାରା ଦେଇଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଦେବାର କାର୍ଯ୍ୟକ୍ରମ ରହିଛି। ଶାନ୍ତି ଶୃଙ୍ଖଳା ପାଇଁ ପୁଲିସ ମୁତୟନ ହୋଇଛନ୍ତି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories