www.samajalive.in
Sunday, December 7, 2025
23.1 C
Bhubaneswar

ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ଜଗନ୍ନାଥ ସଂସ୍କୃତିର ମହୋତ୍ସବ ଉଦଘାଟିତ

କାଣ୍ଟାବାଞ୍ଜି:  ଓଡିଶା ସରକାର ଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ବିଭାଗ ଦ୍ୱାରା ପରିଚାଳିତ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ଜଗନ୍ନାଥ ସଂସ୍କୃତିର ଉଦଘାଟନ ଉତ୍ସବ  ମହିଳା ସ୍ନାତକ ମହାବିଦ୍ୟାଳୟ କଣ୍ଟାବାଞ୍ଜିରେ ଅଧକ୍ଷ୍ୟ ରାଜେନ୍ଦ୍ର ପୁରୋହିତଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି। ଏହି ଉଦଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୁରୋମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା କବି ବିଭୁଦତ୍ତ ସାହୁ, ସାମ୍ନାନୀତ ଅତିଥି ଭାବେ ମୁକୁନ୍ଦିଲାଲ ଅଗ୍ରୱାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ତର୍କ ଶାସ୍ତ୍ର ଅଧ୍ୟାପକ ବଳରାଜ ସିଂ ଦେଓ ଯୋଗଦାନ କରିଥିଲେ।
ଏହି ସଭାରେ କାର୍ଯ୍ୟକ୍ରମର ନୋଡାଲ ଅଫିସର ଯୁଧିଷ୍ଠିର ବେହେରା ମଧ୍ୟ୍ୟ ମଞ୍ଚରେ ଉପସ୍ଥିତ ଥିଲେ. ସଭା ରେ ସ୍ୱାଗତ ଭାଷଣ ତଥା ମଞ୍ଚ ପରିଚାଳନା ଇଂରାଜୀ ଅଧ୍ୟାପକ ସୋମନାଥ ମେହେର କରିଥିବାବେଳେ ରାଜନୀତି ଅଧ୍ୟାପକ ଜିତେନ୍ଦ୍ର ସୁନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ମଞ୍ଚରେ ଉପସ୍ଥିତ ଥିବା ସମସ୍ତ ଅତିଥି ଓଡ଼ିଆ ସରକାରଙ୍କ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରି ଏହା ଛାତ୍ର ଛାତ୍ରୀ ମାନଙ୍କର ମାନସିକ ସ୍ତରରେ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ପ୍ରତି ଆଗ୍ରହ ବୃଦ୍ଧି କରିବ ବୋଲି ମତ ପ୍ରଦାନ କରିବା ସଙ୍ଗେ ସଙ୍ଗେ ନିଜ ସଂସ୍କୃତି ପ୍ରଚାର ପ୍ରସାର ମଧ୍ୟ୍ୟ ବହୁଳ ମାତ୍ରାରେ ରେ ହେବ ବୋଲି ମତ ପ୍ରକାଶ କରିଥିଲେ। ଉଦଘାଟନ ଉତ୍ସବ ପରେ ପ୍ରଥମ ଦିନରେ ଓଡ଼ିଆ କବିତା ପଠନ ଓ ଓଡ଼ିଆ ଗଳ୍ପ କଥନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଏହି ପ୍ରତିଯୋଗିତାରେ ମହାବିଦ୍ୟାଳୟର ଛାତ୍ରୀମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories