www.samajalive.in
Saturday, December 6, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲା ସୁଲେକେଲା ଗ୍ରାମପଞ୍ଚାୟତ

କଣ୍ଟାବାଞ୍ଜି : ବଲାଙ୍ଗୀର ଜିଲ୍ଲା ବେଳପଡା ବ୍ଲକର ସୁଲେକେଲା ଗ୍ରାମ ପଞ୍ଚାୟତକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯାଇଛି । ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଲେକେଲା ସରପଞ୍ଚ ଶ୍ୟାମସୁନ୍ଦର ଚିରାଗୁନଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ଜଣାପଡିଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି, କାର୍ତ୍ତିକ ପ।ଣ୍ଡିଆନ, ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ଅନୁସୂଚିତ ଜନଜାତି,ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଉପଦେଷ୍ଟା ଗଣଶିକ୍ଷା ବିଭାଗ (ଛାତ୍ରବୃତ୍ତି) ଶିଶିର ପରିଜା, ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଅଶ୍ୱଥି ଏସ,ଓସେପା ର ସ୍ୱତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ପ୍ରମୁଖ ଉପସ୍ଥିତ ଥିଲେ । ସୁଲେକେଲା ଗ୍ରାମ ପଞ୍ଚାୟତକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଥିବାରୁ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ବଲାଙ୍ଗିର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟୁଛି ।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories