www.samajalive.in
Tuesday, December 9, 2025
26.1 C
Bhubaneswar

କଣ୍ଟାବାଞ୍ଜିରେ ବ୍ଳକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି: ତୁରେକେଲା ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ କଣ୍ଟାବାଞ୍ଜି ଠାରେ ଅନୁଷ୍ଠିତ ହୋଇଥିଲା। ଏହି ମହୋତ୍ସବରେ ତୁରେକେଲା ବ୍ଳକ ଅନ୍ତର୍ଗତ ଏଗାର ଗୋଟି କ୍ଳଷ୍ଟରର ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀ ଯୋଗ ଦେଇଥିଲେ। ବିଆରସିସି ଫକୀର ଚରଣ ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ବରିୟାମ ସିଂ ସାଲୁଜା, ନଗରପାଳ, ମୁଖ୍ୟ ଅତିଥି, ବିଭୁଦତ୍ତ ସାହୁ, ଅଶୋକ ତରିଆ, ରୋହିତ ଅଗ୍ରୱାଲ, ମନୀଷ ଅଗ୍ରୱାଲ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

ତୁରେକେଲା କ୍ଳଷ୍ଟର ସଂଯୋଜକ ବିରଞ୍ଚି ନାରାୟଣ ଦାଶ ସଭା ପରିଚାଳନା ଓ କଣ୍ଟାବାଞ୍ଜି କ୍ଳଷ୍ଟର ସଂଯୋଜକ ଦୀନେଶ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।ଉଦଯାପନୀ ସଭାରେ ଶାନ୍ତନୁ କୁମାର ପଢିହାରୀ,ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ସଭାପତିତ୍ୱରେ କଣ୍ଟାବାଞ୍ଜି ତହସିଲଦାର ଅଞ୍ଜଳି ମାଝୀ, ମୁଖ୍ୟ ଅତିଥି, ଶିଶୁ ସାହିତ୍ୟିକ ଡ.ଯୁଗଳ କିଶୋର ଷଡ଼ଙ୍ଗୀ,ମୁଖ୍ୟ ବକ୍ତା, ସାହିତ୍ୟିକ ଜ୍ୟୋତି ପ୍ରକାଶ ଗଡ଼ତ୍ୟା, ଫକୀର ଚରଣ ବିଶି ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।
ଶିକ୍ଷୟିତ୍ରୀ ଅଞ୍ଜଳି ମାଝୀ ମଞ୍ଚ ପରିଚାଳନା ଓ ମାନ୍ଦଲା କ୍ଳଷ୍ଟର ସଂଯୋଜକ ଧନସିଂ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ କ୍ଳଷ୍ଟର ସଂଯୋଜକ ପ୍ରେମରାଜ ପାଣିଗ୍ରାହୀ, ଗୁରୁ ପ୍ରସାଦ ଛତ୍ରିଆ, ଅମରେନ୍ଦ୍ର ବାଗ,ଅନୁପ କୁମାର ଦାସ, ଗଜୟ କୁମାର ଦାଶ,ମୋହନ ମାଝୀ, କୃତ୍ତିବାସ ବରିହା ସମେତ ଶିକ୍ଷକ ଶିକ୍ଷୟିତ୍ରୀ ସାହାଯ୍ୟ କରିଥିଲେ।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories