www.samajalive.in
Saturday, December 13, 2025
26.1 C
Bhubaneswar

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ଉପକରଣ ବଣ୍ଟନ

କଣ୍ଟାବାଞ୍ଜି: ତୁରେକେଲା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ୟ୍ୟାଳୟ ପରିସରରେ ସମଗ୍ର ଶିକ୍ଷା ବଲାଙ୍ଗୀର ଆନୁକୂଲ୍ୟରେ ବ୍ଳକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ଶିକ୍ଷଣ ସାମଗ୍ରୀ ଓ ସହାୟକ ଉପକରଣ ବଣ୍ଟନ ଶିବିର ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଶିବିରରେ ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେନ୍ଦ୍ର କୁମାର ପୁରୋହିତଙ୍କ ସଭାପତିତ୍ୱ କରିଥିଲେ। ଏହି ଶିବିରରେ ୧୬ ଗୋଟି ସିପି ଚୌକି ଓ ୩୯ଟି ଟିଏଲଏମ କିଟ ଛାତ୍ରଛାତ୍ରୀମାନଙ୍କୁ ବଣ୍ଟନ କରାଯାଇଥିଲା।

ସଭା ପରିଚାଳନା ବିଆରପି ଶ୍ରୀ ସୁନିଲ ସାହୁ କରିଥିବା ବେଳେ ଶିକ୍ଷକ ତଥା ଜୁନିୟର ରେଡକ୍ରସ ପରାମର୍ଶଦାତା ବିରଞ୍ଚି ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଶିବିରରେ ବଡବାବୁ ବିଜୟ ପାଣିଗ୍ରାହୀ, ବିଆରପି ଜୌତି ବିକାଶ ବାରିକ, ରମେଶ ଚନ୍ଦ୍ର ସୁନା, ଶିକ୍ଷକ ଅମରେନ୍ଦ୍ର ବାଗ, ବିବେକାନନ୍ଦ ରାଏ, ମାୟାଧର ଭରାସଗ୍ରିଆ, ପୁର୍ଣ୍ଣଚନ୍ଦ୍ର ପନିକା, ଅମୃତ କୁମ୍ଭାର ଆଦି ସହଯୋଗ କରିଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories