www.samajalive.in
Friday, December 5, 2025
20.1 C
Bhubaneswar

ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟରେ କନ୍ୟା କିରଣ କାର୍ଯ୍ୟକ୍ରମ 

ବୌଦ୍ଧ : ଭୁବନେଶ୍ୱର କିସ୍‍ ଅନୁଷ୍ଠାନ ପକ୍ଷରୁ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ପରିସରରେ କନ୍ୟା କିରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଏନ୍‍.ସି. ଜ୍ୟୋତିରଞ୍ଜନ ନାଏକ ଯୋଗଦେଇ ବର୍ତମାନ ସମଗ୍ର ଭାରତ ବର୍ଷରେ କନ୍ୟାମାନଙ୍କର ବିକାଶ ପାଇଁ ଗୁରୁତ୍ୱ ପ୍ରଦାନ କରାଯାଇଛି ବୋଲି ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରା, ଜିଲ୍ଲା ଶିଶୁ ସୁରକ୍ଷା ସମିତିର ଅଧ୍ୟକ୍ଷ ସାକ୍ଷୀଗୋପାଳ ପ୍ରଧାନ, ଏଏନ୍‍ଏମ୍‍ ତାଲିମ କେନ୍ଦ୍ରର ଅଧ୍ୟକ୍ଷା ରୀତାଞ୍ଜଳି ସ୍ୱାଇଁ ଯୋଗଦେଇ କନ୍ୟାମାନେ କିପରି ଆଗକୁ ବଢିପାରିବେ ସେ ସଂପର୍କରେ ଆଲୋଚନା କରିଥିଲେ। ଏଥିରେ କିସ ପକ୍ଷରୁ ଲକ୍ଷ୍ମୀଧର ବେହେରା ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବାବେଳେ ଅଧ୍ୟାପକ ଡଃ. ଦିଲ୍ଲିପ କୁମାର ଖୁଂଟିଆ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଗତବର୍ଷ ମାଟ୍ରିକରେ ଜିଲ୍ଲା ଟପ୍ପର ହୋଇଥିବା କନ୍ୟାରତ୍ନ ଦିବ୍ୟଜ୍ୟୋତି ନାଏକଙ୍କୁ ଅର୍ଥରାଶି ସହିତ ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା। ଏଥିରେ ମହାବିଦ୍ୟାଳୟର ଛାତ୍ରୀଛାତ୍ର, ଅଧ୍ୟାପିକା, ଅଧ୍ୟାପକମାନେ ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମକୁ ଅଧ୍ୟାପକ ପ୍ରବୀର କୁମାର ଦାସ ପରିଚାଳନା କରିଥିବାବେଳେ ସୁବ୍ରତ କୁମାର ପୁରୋହିତ ସହଯୋଗ କରିଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories