www.samajalive.in
Monday, December 15, 2025
27.1 C
Bhubaneswar

କପିଳାସ ହାଫ୍‌‌ ମାରାଥନ – ଦ୍ୱିତୀୟ ସଂସ୍କରଣରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କପିଳାସ ହାଫ୍‌‌ ମାରାଥନ’ର ଦ୍ୱିତୀୟ ସଂସ୍କରଣରେ ଯୋଗ ଦେଇଛନ୍ତି। ସାମାଜିକ ଗଣମାଧ୍ୟମରେ ଶ୍ରୀ ପ୍ରଧାନ କହିଛନ୍ତି, ଜୈବ ବିବିଧତାରେ ପରିପୂର୍ଣ୍ଣ କପିଳାସର ସଂରକ୍ଷଣ ଏବଂ ଗଜରାଜଙ୍କ ସୁରକ୍ଷା ଦିଗରେ ସାମାଜିକ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏଭଳି କାର୍ଯ୍ୟକ୍ରମର ଆୟୋଜନ ସ୍ୱାଗତଯୋଗ୍ୟ। ଆରମ୍ଭ ହୋଇଥିବା ହାଫ୍‌‌ ମାରାଥନରେ ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ଯୁବବର୍ଗ ଓ ବରିଷ୍ଠ ଲୋକମାନେ ସାମିଲ ହୋଇଛନ୍ତି। ଆଗାମୀ ଦିନରେ ଏହି ମାରାଥନ କପିଳାସକୁ ବିଶ୍ୱ ପର୍ଯ୍ୟଟନ ତଥା ମାରାଥନ ଦୌଡ଼ର ଏକ ପ୍ରମୁଖ ସ୍ଥଳ ଭାବରେ ପ୍ରତିଷ୍ଠିତ କରାଇବାରେ ସହାୟକ ହେବ ବୋଲି ମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ କହିଥିଲେ, ଆମର ପ୍ରାଚୀନ ପରମ୍ପରା, ସଂସ୍କୃତି ଓ ଆଧ୍ୟାତ୍ମିକ କ୍ଷେତ୍ରରେ ଐରାବତ ବା ହାତୀର ସ୍ଥାନ ସ୍ୱତନ୍ତ୍ର। ହାତୀ ହେଉଛି ଆମର ଐତିହ୍ୟ ପ୍ରାଣୀ। ଗଜରାଜଙ୍କ ସୁରକ୍ଷା ତଥା ମନୁଷ୍ୟ ଓ ହାତୀ ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଦିଗରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଢେଙ୍କାନାଳରେ ଟାଟା ଷ୍ଟିଲ୍ ମେରାମଣ୍ଡଳୀ ପକ୍ଷରୁ ଆୟୋଜିତ ଏହି ମାରାଥନ ପ୍ରଶଂସନୀୟ। କପିଳାସରେ କିପରି ପର୍ଯ୍ୟଟନ ଭିତ୍ତିଭୂମି ଏବଂ ପର୍ଯ୍ୟଟକଙ୍କ ପାଇଁ ସୁବିଧା ତ୍ୱରାନ୍ୱିତ ହେବ, ସେଥିପ୍ରତି ଆମେ ସମସ୍ତେ ଦାୟିତ୍ୱ ନେବା ଦରକାର। ଆକାଂକ୍ଷୀ ଜିଲ୍ଲା ଢେଙ୍କାନାଳର ସଂସ୍କୃତି, ଐତିହ୍ୟର ସଂରକ୍ଷଣ ସହ ଜିଲ୍ଲାର ସର୍ବାଙ୍ଗୀନ ବିକାଶ କରିବା ପାଇଁ ଡବଲ ଇଞ୍ଜିନ ସରକାର ବଦ୍ଧପରିକର ବୋଲି ସେ କହିଥିଲେ।

- Advertisement -

 

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories