www.samajalive.in
Saturday, December 6, 2025
26.1 C
Bhubaneswar

କରଣୀ ସେନା ସଭାପତିଙ୍କୁ ଗୁଳିକରି ହତ୍ୟା

ସମାଜ ଡିଜିଟାଲ ଡେସ୍କ: ଝାଡ଼ଖଣ୍ଡର ଜାମସେଦପୁରରେ ରାଜପୁତ କରଣୀ ସେନାର ରାଜ୍ୟ ସଭାପତି ବିନୟ ସିଂହଙ୍କୁ ହତ୍ୟା କରାଯାଇଛି। ମିନି ପଞ୍ଜାବ ନାମକ ଏକ ହୋଟେଲ ପାଖ ଗଳିରେ ତାଙ୍କୁ ଦୁର୍ବୃତ୍ତମାନେ ଗୁଳିକରି ହତ୍ୟା କରିଛନ୍ତି। ବିନୟ ମାନଗୋ ସାହାରା ସିଟିରେ ରହୁଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଚଳାଇଛି। ଘଟଣାକୁ ନେଇ ଝାଡ଼ଖଣ୍ଡର କ୍ଷେତ୍ରୀୟ ସମାଜ ଏବଂ କରଣୀ ସେନା ମଧ୍ୟରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ହତ୍ୟାକାରୀମାନଙ୍କୁ ତୁରନ୍ତ ଗିରଫ କରିବାକୁ ସଂଗଠନ ସଦସ୍ୟମାନେ ଦାବି କରିଛନ୍ତି। ବିନୟଙ୍କୁ ହତ୍ୟା ପଛର କାରଣ ଜଣାପଡ଼ିନାହିଁ। ଘଟଣାସ୍ଥଳରୁ ପୁଲିସ ଏକ ବାଇକ ଏବଂ ଦେଶୀ ବନ୍ଧୁକ ଜବତ କରିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories