www.samajalive.in
Monday, December 15, 2025
24.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଏସଡିଜେଏମଙ୍କ ମୃତ୍ୟୁ

କରଞ୍ଜିଆ: ଦୁର୍ଘଟଣାରେ ରାଇରଙ୍ଗପୁର ଏସଡିଜେଏମ ସ୍ମରଣିକା ପ୍ରଧାନଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ଜାତୀୟ ରାଜପଥ ୪୯ ଚାଇଁନେବଦା ଛକରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା ଏବଂ ସ୍ବାମୀଙ୍କ ସହ କାରରେ ଆସୁଥିଲାବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା। ଫଳରେ ଏସ୍‌ଡିଜେଏମ୍‌ ସ୍ମରଣିକା ପ୍ରଧାନ ଓ ତାଙ୍କ ସ୍ୱାମୀ କାର୍‌ ଭିତରେ ଚାପି ହୋଇ ଯାଇଥିଲେ। ସ୍ଥାନୀୟ ଲୋକ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଯଶିପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏସ୍‌ଡିଜେଏମ୍‌ ସ୍ମରଣିକା ପ୍ରଧାନଙ୍କୁ ସେଠାରେ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ତେବେ ତାଙ୍କ ସ୍ୱାମୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି।

ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ରାଇରଙ୍ଗପୁର ତଥା କରଞ୍ଜିଆ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ମୃତ ସ୍ମରଣିକାଙ୍କ ଘର ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳରେ ହୋଇଥିବା ଜଣାପଡ଼ିଛି। ଗାଁରେ ମନ୍ଦିର ପ୍ରତିଷ୍ଠା କରିବାକୁ ସ୍ବାମୀଙ୍କ ସହ ଆସୁଥିଲେ ସ୍ମରଣିକା। ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଗାଁକୁ ଯିବା ଯୋଜନା ରହିଥିଲା।

Hot this week

ରାତିରେ ସ୍ଵେଟର ଏବଂ ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories