www.samajalive.in
Sunday, December 7, 2025
16.1 C
Bhubaneswar

୧୨ ଘଣ୍ଟିଆ କରଞ୍ଜିଆ ବନ୍ଦ

ବାରିପଦା : କରଞ୍ଜିଆ ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ (ଡିଏଫଓ)କୁ ଅନ୍ୟତ୍ର ସ୍ଥାନାନ୍ତରଣକୁ ବିରୋଧ କରି ଗୁରୁବାର ୧୨ଘଣ୍ଟିଆ କରଞ୍ଜିଆ ବନ୍ଦ ପାଳନ କରାଯାଉଛି। କରଞ୍ଜିଆ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଦିଆଯାଇଥିବା ଏହି ବନ୍ଦ ଡାକରାରେ ପାଞ୍ଚଟି ବ୍ଲକକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହିତ ୪୯ ନମ୍ବର ଜାତୀୟ ରାଜପଥ ମଧ୍ୟ ଅବରୋଧ କରାଯାଇଛି। ଡିଏଫଓ କାର୍ୟ୍ୟାଳୟ ସ୍ଥାନାନ୍ତର ସମ୍ପର୍କିତ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇବା ପରେ କରଞ୍ଜିଆରେ ଜନ ଅସନ୍ତୋଷ ଦେଖାଦେଇଛି। ଯଦି ରାଜ୍ୟ ସରକାର ଏଥି ପ୍ରତି କୌଣସି ପଦ​‌କ୍ଷେପ ଗ୍ରହଣ ନକରନ୍ତି ତେବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଏହି ବନ୍ଦ ପାଳନ କରାଯିବ ବୋଲି କ୍ରିୟାନୁଷ୍ଠାନ କମିଟି କହିଛି। ଏହି ଆନ୍ଦୋଳନକୁ ବିଭିନ୍ନ ରାଜନୈତିକ ଦଳ ସମର୍ଥନ କରିଥିବା ଜଣାପଡ଼ିଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories