www.samajalive.in
Saturday, December 6, 2025
16.1 C
Bhubaneswar

କନ୍ନଡ ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ରେଡ୍ଡିଙ୍କ ପରଲୋକ

ବେଙ୍ଗାଲୁରୁ : ପ୍ରସିଦ୍ଧ କନ୍ନଡ ଚଳଚ୍ଚିତ୍ର ନିର୍ଦ୍ଦେଶକ ବିଜୟ ରେଡ୍ଡିଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ବିଜୟ ରେଡ୍ଡିଙ୍କ ଦେହାନ୍ତରେ କନ୍ନଡ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ତାରକାଙ୍କଠାରୁ ଆରମ୍ଭ କରି ସାମାଜିକ ଗଣମାଧ୍ୟମରେ ପ୍ରଶଂସକଙ୍କ ପର୍ଯ୍ୟନ୍ତ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛନ୍ତି। ଏଏନ୍ଆଇ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।
ବିଜୟ ରେଡ୍ଡି ୫୦ରୁ ଅଧିକ ଚଳଚ୍ଚିତ୍ର କରିଛନ୍ତି। ସେଥିମଧ୍ୟରୁ ୪୮ଟି କନ୍ନଡ ଚଳଚ୍ଚିତ୍ର ରହିଛି। ବିଜୟ ରେଡ୍ଡି ୧୯୭୩ ମସିହାରେ ‘ଗାନ୍ଧାରା ଗୁଡି’ ନାମକ ଏକ ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଥିଲେ। ଏହି ଚଳଚ୍ଚିତ୍ରଟି କନ୍ନଡ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଏକ ମାଇଲଖୁଣ୍ଟ ଭାବେ ପ୍ରମାଣିତ ହୋଇଥିଲା।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories