www.samajalive.in
Saturday, December 6, 2025
23.1 C
Bhubaneswar

କର୍ଣ୍ଣାଟକରେ ବଡ଼ ଧରଣର ଦୁର୍ଘଟଣା; ୯ମୃତ, ୧୩ ଆହତ, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କର୍ଣ୍ଣାଟକରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରକ୍‌ ସହ ଏକ ଜିପ୍‌ ଧକ୍କା ହେବା ଫଳରେ ୯ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ୧୩ ଜଣ ଆହତ ମଧ୍ୟ ହୋଇଛନ୍ତି । କର୍ଣ୍ଣାଟକ ତୁମକୁର ଜିଲ୍ଲାର ସିରା ନିକଟରେ ଏହି ଦୁର୍ଘଟଣା ହୋଇଥିବା ବେଳେ ଜିପରେ ଥିବା ସମସ୍ତ ଆରୋହୀ ଶ୍ରମିକ ବୋଲି ଜଣାପଡ଼ିଛି । ସେମାନେ ବାଙ୍ଗାଲୁରୁ ଯାଉଥିଲେ । ବାଙ୍ଗାଲୁରୁକୁ ଯିବା ବେଳେ ଏହି ଦୁର୍ଘଟଣା ହୋଇଥିବା ବେଳେ, ମୃତ ୯ଜଣଙ୍କ ମଧ୍ୟରେ ୩ଜଣ ଶିଶୁ ରହିଥିବା କୁହାଯାଉଛି ।

ଦୁର୍ଘଟଣା ହୋଇଥିବା ନେଇ ପୁଲିସ ସୂଚନା ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଛି । ସୂଚନା ଅନୁଯାୟୀ ଜିପରେ ମୋଟ୍‌ ୨୪ଜଣ ଥିଲେ । ଘଟଣାକୁ ନେଇ କର୍ଣ୍ଣାଟକ ଗୃହମନ୍ତ୍ରୀ ଜିଲ୍ଳାପାଳ ଓ ପୁଲିସ ଅଧିକାରୀ ମାନଙ୍କ ସହ ମଧ୍ୟ କଥା ହୋଇଛନ୍ତି । ଆହତ ମାନଙ୍କୁ ତୁରନ୍ତ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସେ ନିର୍ଦେଶ ଦେଇଛନ୍ତି ।

- Advertisement -

ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି । ସେହିଭଳି ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories