www.samajalive.in
Saturday, December 6, 2025
16.1 C
Bhubaneswar

କର୍ଣ୍ଣାଟକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୧୨ ମୃତ

ଚିକ୍କବଲ୍ଲାପୁର : କର୍ଣ୍ଣାଟକର ଚିକ୍କବଲ୍ଲାପୁର ଦେଇ ଯାଇଥିବା ୪୪ ନମ୍ବର ଜାତୀୟ ରାଜପଥରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାଜପଥରେ ଠିଆ ହୋଇଥିବା ଏକ ସିମେଣ୍ଟ ମିକ୍ସର୍‌‌ ଟ୍ରକ ସହିତ ଏକ କାର୍‌‌ ଧକ୍କା ହୋଇ ପ୍ରାୟ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ମଧ୍ୟ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ମହିଳା ମଧ୍ୟ ରହିଛନ୍ତି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାର୍‌‌ରେ ଥିବା ଯାତ୍ରୀମାନେ ବାଗେପଲ୍ଲୀରୁ ବେଙ୍ଗାଲୁରୁ ଆଡକୁ ଯାଉଥିବା ସମୟରେ ବେଙ୍ଗାଲୁରୁ-ହାଇଦ୍ରାବାଦ ରାଜପଥରେ ଆଜି ସକାଳ ପ୍ରାୟ ୭ଟା୧୫ରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଯାତ୍ରୀମାନେ ଆନ୍ଧ୍ରପ୍ରଦେଶର ପେଙ୍କୋଣ୍ଡା ଜିଲାରୁ ଆସିଥିଲେ ବୋଲି ସୂଚନା ମିଳିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories