www.samajalive.in
Tuesday, December 9, 2025
17.1 C
Bhubaneswar

ହନୁମାନ ଜୟନ୍ତୀରେ ହିଂସାକାଣ୍ଡ; ୧୫ଜଣଙ୍କୁ ବାନ୍ଧିଲା ପୁଲିସ

ନୂଆଦିଲ୍ଲୀ: ହନୁମାନ ଜୟନ୍ତୀ ଅବସରରେ ନୂଆଦିଲ୍ଲୀର ଜାହାଙ୍ଗିରପୁରୀ ଅଞ୍ଚଳରେ ବ୍ୟାପକ ହିଂସାକାଣ୍ଡ ଘଟିଛି । ଗତକାଲି ସଂଧ୍ୟାରେ ଏହି ହିଂସାକାଣ୍ଡ ଘଟିଥିବା ବେଳେ ପ୍ରଶାସନ ପକ୍ଷରୁ ସଂପୃକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ବଢ଼ାଇ ଦିଆଯାଇଛି । ହିଂସାକାଣ୍ଡକୁ ନେଇ ପୁଲିସ ତଦନ୍ତ କରିବା ସହ ଘଟଣାରେ ଆଜି ୧୫ ଜଣଙ୍କୁ ଗିରଫ କରିଛି । ଏନେଇ ଦିଲ୍ଲୀ କମିଶନରଙ୍କ ସହ ଗୃହମନ୍ତ୍ରୀ ଅମିତ ଶାହା ମଧ୍ୟ କଥା ହୋଇଛନ୍ତି । ହିଂସାକାଣ୍ଡରେ ସମ୍ପୃକ୍ତଥିବା ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ କହିଛନ୍ତି ଗୃହମନ୍ତ୍ରୀ । ତାହାସହ ଅଞ୍ଚଳରେ ଶାନ୍ତି ଫେରାଇ ଆଣିବାକୁ ସେ ଅପିଲ କରିଛନ୍ତି ।

ସୂଚନାଅନୁଯାୟୀ ଗତକାଲି ନୂଆଦିଲ୍ଲୀର ଜାହାଙ୍ଗିରପୁରୀ ଅଞ୍ଚଳରେ ହନୁମାନ ଜୟନ୍ତୀ ପାଳନ ହୋଇଥିଲା । ଶୋଭାଯାତ୍ର ବାହାରିବା ସମୟରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଉଭୟଙ୍କ ମଧ୍ୟରେ ଢେଲା ପଥର ମାଡ଼ ହୋଇଥିଲା । ଫଳରେ ହିଂସାକାଣ୍ଡ ଯୋଗୁ ୬ଜଣ ପୁଲିସ କର୍ମଚାରୀଙ୍କ ସମେତ ୭ଜଣ ଆହତ ହୋଇଥିଲେ ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories