ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା: ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ସବୁଠି ଡଙ୍ଗା ଭସା
ଭୁବନେଶ୍ଵର : ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଓଡିଶାର ନୌବାଣିଜ୍ୟ ପରମ୍ପରାକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୁଷ୍କରିଣୀ, ନଦୀ, ନାଳ , ସମୁଦ୍ର ସବୁଠି ଆ କା ମା ବୈ , ପାନ ଗୁଆ ଥୋଇ, ପାନ ଗୁଆ ତୋର ମାସକ ଧରମ ମୋର ଗୀତ ଗାଇ ଡଙ୍ଗା ଭସାଉଛନ୍ତି। ଆଜି ସକାଳୁ ସକାଳୁ ବିଭିନ୍ନ ଜଳାଶୟରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ପରିଲକ୍ଷିତ ହୋଇଛି। ସୁରକ୍ଷା ପାଇଁ ବିଭିନ୍ନ ନଦୀ ଓ ପୁଷ୍କରଣୀ କୂଳରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଡଙ୍ଗା ଭସାଇବା ସହ ମନ୍ଦିର ଯାଇ ଦର୍ଶନ କରି ପରିବାରର ମଙ୍ଗଳ ମନାସିଛନ୍ତି । ବିଶ୍ୱାସ ରହିଛି ବର୍ଷକରେ ଥରେ ଏହି ଦିନରେ ସ୍ନାନ କରି ଡଙ୍ଗା ଭସାଇଲେ ପୂଣ୍ଣ୍ୟ ମିଳିଥାଏ।
Comments are closed.