www.samajalive.in
Monday, December 15, 2025
14.1 C
Bhubaneswar

ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ବାଙ୍କୀ ଡାକ୍ତରଖାନାକୁ କାୟାକଳ୍ପ ପୁରସ୍କାର

ବାଙ୍କୀ: ରାଜ୍ୟ ସରକାରଙ୍କ ପକ୍ଷରୁ କାୟାକଳ୍ପ ଯୋଜନା ମାଧ୍ୟମରେ ଗ୍ରାମାଞ୍ଚଳ ଓ ସହରରେ ଥିବା ଡାକ୍ତରଖାନାରେ କାୟାକଳ୍ପ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି। ଏହି ଯୋଜନା ମାଧ୍ୟମରେ ସ୍ୱାସ୍ଥ୍ୟକେନ୍ଦ୍ର ପରିସରକୁ ସ୍ୱଚ୍ଛ, ପରିସ୍କାର, ପରିଚ୍ଛନ୍ନ, ସବୁଜିମା ଓ ରୋଗୀମାନଙ୍କର ନିରାପତ୍ତା ପାଇଁ ବ୍ୟବସ୍ଥା କରାଯାଇଥିଲା। ନିକଟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଦଳ ମାଧ୍ୟମରେ ଡାକ୍ତରଖାନାଗୁଡିିକୁ ପରିଦର୍ଶନ ଓ ଅନୁଧ୍ୟାନ କରାଯାଇ ସ୍ୱତନ୍ତ୍ର ରିପୋର୍ଟ ପ୍ରଦାନ ପରେ ବାଙ୍କୀ ଉପଖଣ୍ଡର ବାଙ୍କୀ ଡାକ୍ତରଖାନା ଓ ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିଲେ। ଏହି ପରିପ୍ରେକ୍ଷୀରେ ଶୁକ୍ରବାର କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ସ୍ଥିତ ସଦ୍‍ଭାବନା ଗୃହଠାରେ ସ୍ୱତନ୍ତ୍ର ଉତ୍ସବରେ ଆୟୋଜିତ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସକ ସତ୍ୟବ୍ରତ ଛୋଟରାୟଙ୍କ ସଂଚାଳନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ କଟକ ଜିଲ୍ଲା ସାଂସଦ ଭର୍ତ୍ତୃହରି ମହତାବ, ସମ୍ମାନିତ ଅତିଥି ବାଙ୍କୀ ବିଧାୟକ ଦେବୀରଂଜନ ତ୍ରିପାଠୀ, ବଡମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର, କଟକ ବାରବାଟୀ ବିଧାୟକ ମହମଦ ମୁକିମ୍‍ ପ୍ରମୁଖ ଉପସ୍ଥିତ ଥିଲେ। ସୁବର୍ଣ୍ଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡାକ୍ତର ଅମରେଶ ସାହୁ, ବାଙ୍କୀ ଉପଖଣ୍ଡ ମୁଖ୍ୟ ଡାକ୍ତରଖାନାର ଅଧିକ୍ଷକ ମୃତ୍ୟୁଞ୍ଜୟ ମହାପାତ୍ର ପ୍ରମୁଖ ସାଂସଦଙ୍କଠାରୁ କାୟାକଳ୍ପ ପୁରସ୍କାର ସ୍ୱରୂପ ଅର୍ଥରାଶି ଓ ପ୍ରମାଣପତ୍ର ଗ୍ରହଣ କରିଥିବା ବେଳେ ବରପୁଟ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରର ଡାକ୍ତର ଦିଲ୍ଲିପ ମନ୍ତ୍ରୀ ଓ କାଳିପୋଇ ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ରକୁ ମଧ୍ୟ ପୁରସ୍କୃତ କରାଯାଇଥିବା ସମ୍ପର୍କରେ ବାଙ୍କୀ ମୁଖ୍ୟ ଡାକ୍ତରଖାନାର ଅଧିକ୍ଷକ କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories