www.samajalive.in
Monday, December 15, 2025
24.1 C
Bhubaneswar

ଜ୍ଞାନପୀଠ ବିଜେତା ହିନ୍ଦୀ କବି କେଦାରନାଥଙ୍କ ପରଲୋକ

ଲକ୍ଷ୍ନୌ : ଜ୍ଞାନପୀଠ ଓ ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ହିନ୍ଦୀ ସାହିତ୍ୟର ପ୍ରଖ୍ୟାତ କବି କେଦାରନାଥ ସିଂହଙ୍କର ମଙ୍ଗଳବାର ୮୩ ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ କିଛି ଦିନ ଧରି ଅସୁସ୍ଥ ଥିଲେ। ଉତ୍ତର ପ୍ରଦେଶର ବଲିଆ ଜିଲାରେ ଜନ୍ମଗ୍ରହଣ କରିଥିବା କେଦାରନାଥ କାଶୀ ବିଶ୍ୱବିଦ୍ୟାଳୟରୁ ସ୍ନାତକୋତ୍ତର ଓ ପିଏଚ୍‌.ଡି ଡିଗ୍ରୀ ହାସଲ କରିବାପରେ କିଛି ଦିନ ଗୋରଖପୁରରେ ହିନ୍ଦୀ ଶିକ୍ଷକଭାବେ କାର୍ଯ୍ୟ କରିଥିଲେ। ପରବର୍ତ୍ତୀ ସମୟରେ ସେ ଦିଲ୍ଲୀର ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ (ଜେଏନୟୁ) ହିନ୍ଦୀ ଭାଷା ବିଭାଗ ମୁଖ୍ୟଭାବେ କାର୍ଯ୍ୟ କରି ଅବସର ଗ୍ରହଣ କରିଥିଲେ। କେଦାରନାଥଙ୍କୁ ୧୯୮୯ରେ ସାହିତ୍ୟ ଏକାଡେମୀ ପୁରସ୍କାର ଓ ୨୦୧୩ରେ ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। କେଦାରନାଥଙ୍କ ମୃତ୍ୟୁରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକପ୍ରକାଶ କରିଛନ୍ତି।

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories