www.samajalive.in
Monday, December 8, 2025
24.1 C
Bhubaneswar

ଦୁଇ ମୁଣ୍ଡ, ତିନି ହାତ ଥିବା ଶିଶୁକନ୍ୟା ଜନ୍ମ

କେନ୍ଦ୍ରାପଡ଼ା/ରାଜନଗର : କେନ୍ଦ୍ରାପଡ଼ା ସହରର ଏକ ଘରୋଇ ନର୍ସିଂହୋମ୍‌ରେ ଦୁଇ ମୁଣ୍ଡ ଓ ତିନି ହାତ ଥିବା ଶିଶୁକନ୍ୟା ଜନ୍ମ ହୋଇଛି। କେନ୍ଦ୍ରାପଡ଼ା ଜିଲାର ରାଜନଗର ବ୍ଲକ ଅନ୍ତର୍ଗତ କଣି ଗ୍ରାମର ଅମ୍ବିକା ପରିଡ଼ା ଶିଶୁ କନ୍ୟାଟିକୁ ଜନ୍ମ ଦେଇଛନ୍ତି। ରବିବାର ଗର୍ଭ ଯନ୍ତ୍ରଣା ଭୋଗିବାରୁ ଅମ୍ବିକାଙ୍କୁ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ କେନ୍ଦ୍ରାପଡ଼ା ଟାଉନ୍‌ର ଏକ ଘରୋଇ ନର୍ସିଂହୋମ୍‌କୁ ନିଆଯାଇଥିଲା। ସେଠାରେ ତାଙ୍କର ଶିଶୁକନ୍ୟା ଜନ୍ମ ହୋଇଥିଲା। ଶିଶୁର ଉନ୍ନତ ଚିକିତ୍ସା ପାଇଁ କଟକ ଶିଶୁଭବନ ସ୍ଥାନାନ୍ତର କରାଯାଇଛି। ଶିଶୁଭବନର ଏସଏନସିୟୁରେ ଚିକିତ୍ସା ଆରମ୍ଭ ହୋଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories