ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଛି। ରବିବାରଠାରୁ କେଜରିୱାଲଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନଥିଲା। ସାମାନ୍ୟ ଜ୍ୱର ଏବଂ ଗଳା ଯନ୍ତ୍ରଣା ହୋଇଥିବା ସେ ଅଭିଯୋଗ କରିଥିଲେ। ସେଥିପାଇଁ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା, ବର୍ତ୍ତମାନ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବା ସୂଚନା ମିଳିଛି। ଏବେ କେଜରିୱାଲଙ୍କ ଜ୍ୱର କମିଛି ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି।
Delhi Chief Minister Arvind Kejriwal tests negative for #COVID19 pic.twitter.com/mVeSpEcMtO
— ANI (@ANI) June 9, 2020



