www.samajalive.in
Friday, December 5, 2025
20.1 C
Bhubaneswar

ହାଇକୋର୍ଟଙ୍କ ଦ୍ଵାରସ୍ଥ ହେଲେ କେଜ୍ରିଓ୍ବାଲ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଫସିଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସୋମବାର ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଅବକାରୀ ନୀତି ମାମଲାରେ କେଜ୍ରିୱାଲ ତାଙ୍କ ଗିରଫଦାରୀ ଏବଂ ସିବିଆଇ ରିମାଣ୍ଡକୁ ଚ୍ୟାଲେଞ୍ଜ କରିଛନ୍ତି।

ଜୁନ୍‌ ୨୯ରେ କେଜ୍ରିଓ୍ବାଲଙ୍କୁ ରାଉଜ୍ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ଶୁଣାଣି ପରେ ରାଉଜ୍ ଆଭେନ୍ୟୁର ସ୍ୱତନ୍ତ୍ର ସିବିଆଇ କୋର୍ଟ କେଜ୍ରିୱାଲଙ୍କୁ ୧୪ ଦିନ ପାଇଁ ନ୍ୟାୟିକ ହେପାଜତରେ ତିହାର ଜେଲକୁ ପଠାଇଥିଲେ।

- Advertisement -

ସୂଚନାଯୋଗ୍ୟ, ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଜୁନ୍‌ ୨୬ରେ ସିବିଆଇ ଗିରଫ କରିଥିଲା। ଅଦାଲତ ତାଙ୍କୁ ତିନି ଦିନିଆ ସିବିଆଇ ହେପାଜତକୁ ପଠାଇଥିଲେ। କେଜ୍ରିୱାଲଙ୍କ ସିବିଆଇ ରିମାଣ୍ଡ ଶେଷ ହେବା ପରେ ଜୁନ୍ ୨୯ରେ ତାଙ୍କୁ ପୁଣି ହାଜର କରାଯାଇଥିଲା। ଏହାପୂର୍ବରୁ କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ରେ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଗିରଫ କରିଥିଲା। ସେବେଠାରୁ କେଜ୍ରିୱାଲ ତିହାର ଜେଲରେ ଅଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories