www.samajalive.in
Monday, December 15, 2025
27.1 C
Bhubaneswar

ଚାରି ଦିନ ବଢ଼ିଲା କେଜ୍ରିୱାଲଙ୍କ ରିମାଣ୍ଡ ଅବଧି

ଡେସ୍କ: ଚଳିତ ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଗିରଫ ହୋଇ ନ୍ୟାୟିକ ହେପାଜତରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ରିମାଣ୍ଡ ଅବଧି ଆହୁରି ୪ ଦିନ ବୃଦ୍ଧି ପାଇଛି। ମାର୍ଚ୍ଚ ୨୨ରେ ସ୍ୱତନ୍ତ୍ର ଅଦାଲତ କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଥିଲେ। ଆଜି ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗିରଫ କେଜ୍ରିୱାଲଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ କୋର୍ଟ ରିମାଣ୍ଡ ଅବଧି ବୃଦ୍ଧି କରିଛନ୍ତି।

ଜେଲରୁ ଶାସନ କରିବେ କେଜ୍ରିୱାଲ

- Advertisement -

ସୂଚନା ଅନୁଯାୟୀ, ଆଜି କୋର୍ଟରେ ଏହି ମାମଲାର ବିଚାର ସମୟରେ କେଜ୍ରିୱାଲଙ୍କ ପକ୍ଷରୁ କୋର୍ଟଙ୍କୁ ଅବଗତ କରାଯାଇଥିଲା ଯେ ଏହି ମାମଲାରେ ବିଜେପିକୁ ନିର୍ବାଚନୀ ବଣ୍ଡ ଦେଇଥିବା ଜଣେ ବ୍ୟକ୍ତିଙ୍କ ମିଥ୍ୟା ସାକ୍ଷ୍ୟ ଆଧାରରେ ତାଙ୍କୁ ଗିରଫ କରାଯାଇଛି। ଅନ୍ୟପକ୍ଷରେ ଇଡି ପକ୍ଷରୁ କେଜ୍ରିୱାଲଙ୍କ ଘରୁ ଜବତ ହୋଇଥିବା ଏକ ପୁରୁଣା ମୋବାଇଲର ତଥ୍ୟ ଉପସ୍ଥାପନ କରାଯାଇଥିଲା।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories