www.samajalive.in
Saturday, December 6, 2025
14.1 C
Bhubaneswar

ଓଡ଼ିଆ ପକ୍ଷ ପାଳନ ଅବସରରେ ‘ବର୍ଣ୍ଣବୋଧ ଉତ୍ସବ” ପାଳିତ

କେନ୍ଦୁଝରଗଡ: ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ ଓଡ଼ିଆ ଭାଷା ଓ ସଂସ୍କୃତିରେ ସଚେତନତା ଏବଂ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ‘ବର୍ଣ୍ଣବୋଧ ବଣ୍ଟନ- ବର୍ଣ୍ଣବୋଧ ଉତ୍ସବ’ ଉତ୍ସାହର ସହିତ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମନ୍ଦରଧର ମହାଳିକ ଏବଂ ଅନ୍ୟାନ୍ୟ ଅଧିକାରୀ ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଅବସ୍ଥାପିତ ବିଦ୍ୟାଳୟଗୁଡ଼ିକରେ ଉପସ୍ଥିତ ରହି ବର୍ଣ୍ଣବୋଧ ବଣ୍ଟନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଓଡ଼ିଆ ଭାଷାର ଐତିହ୍ୟକୁ ସଂରକ୍ଷଣ କରିବା ସହିତ ଛାତ୍ରଛାତ୍ରୀମାନଙ୍କ ପାଇଁ ଭାଷାଗତ ଶିକ୍ଷଣ ଓ ବିକାଶର ପରିବେଶ ସୃଷ୍ଟି କରିବା ଦିଗରେ ଏହି ଦିବସଟିକୁ ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ ‘ବର୍ଣ୍ଣବୋଧ’ ନିମନ୍ତେ ଉତ୍ସର୍ଗୀକୃତ କରାଯାଇଛି। ଏଠାରେ ସୂଚନା ଥାଉକି, ଜିଲ୍ଲା ସଂସ୍କୃତି ବିଭାଗ ଓ ଜିଲ୍ଲା ଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ଉକ୍ତ ଦିବସଟିକୁ ଆୟୋଜିତ କରାଯାଇଥିଲା।

ଏପ୍ରିଲ ୭ରେ ଏକାଠି ହେଲେ ବୁଧ-ଶନି : ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ କିଏ ହେବେ ମାଲାମାଲ୍‌, କାହାର ଦୂର ହେବ ରୋଗ,ଚିନ୍ତା..

ଦେଖନ୍ତୁ ଭିଡିଓ.. ବିବାହରେ ବରପକ୍ଷଙ୍କୁ ନିସ୍ତୁକ ମାଡ ; ମଣ୍ଡପରେ ଫୁଲ ବଦଳରେ ଖାଲି ଗୋଇଠା, ବିଧା, ଲାଠିମାଡ

- Advertisement -

ଦେଖନ୍ତୁ ଭିଡିଓ; ମହିଳାଙ୍କ ଜୁଗାଡ୍‌, ମାତ୍ର କିଛି ସେକେଣ୍ଡରେ ୧୦ କେଜି ଆଳୁରୁ କେମିତି ଚୋପା ଛଡାଇଲେ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories