www.samajalive.in
Sunday, December 7, 2025
15.1 C
Bhubaneswar

ଜମି ପାଇଁ ଗୋଷ୍ଠୀ ସଂଘର୍ଷ: ୭ ଗୁରୁତର

କେନ୍ଦ୍ରାପଡା: ଜମି ପାଇଁ ଦୁଇ ଗୋଷ୍ଠୀ ମୁହାଁମୁହିଁ। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡା ଆଳି ଥାନା ମାଣିକପାଟଣା ଗାଁରେ। ଜମିଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି। ଏଥିରେ ୭ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଗତକାଲି ରାତିରେ ଏଭଳି ଅଘଟଣ ସାମ୍ନାକୁ ଆସିଛି। ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ପ୍ରଥମେ ଆଳି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ସେମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories