କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ ଜୟଚନ୍ଦ୍ରପୁର ପଞ୍ଚାୟତରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କର ମୃତ୍ୟୁ ଘଟିଛି। ମୃତକ ଓସ୍ତପୁରର ବନ୍ଧପଡା ଗାଁର ଭାଗ୍ୟଶ୍ରୀ ରାଉତ ବୋଲି ଜଣାପଡିଛି। ଭାଗ୍ୟଶ୍ରୀଙ୍କ ବାପା ମାଆ ଗୁଜୁରାଟରେ ରହି ସୂତା ମିଲରେ କାମ କରୁଥିବାବେଳେ ସେ ମାମୁଁ ଘରେ ରହି ପାଠ ପଢୁଥିଲେ। ଆଜି ସକାଳେ ଭାଗ୍ୟଶ୍ରୀ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ଅସାବଧାନତା ଯୋଗୁଁ ଗୋଡ ଖସି ଯାଇଥିଲା। ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ତାଙ୍କୁ ଉଦ୍ଧାର କରି କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଭାଗ୍ୟଶ୍ରୀଙ୍କ ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।
Popular Categories



