କେନ୍ଦ୍ରାପଡା : ପୁଣି ଜୀଅନ୍ତା ଜଳିଗଲେ ଯୁବତୀ । ଘର ଭିତରେ ଜୀଅନ୍ତା ଜଳିଗଲେ ଯୁବତୀ । ଏଭଳି ଏକ ଅଭାବନୀୟ ଘଟଣା ବୁଧବାର ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ଘଟିଛି । ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ । କେହି ଜଣେ ତାଙ୍କୁ ବ୍ଲାକ୍ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି।
ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ଯୁବତୀ ଜଣକ କିରୋସିନି ଢାଳି ହୋଇ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି । ଯୁବତୀଙ୍କ ପ୍ରେମିକ ଅଶ୍ଳୀଳ ଭିଡିଓ ଭାଇରାଲ୍ କରିଥିଲେ । ଏନେଇ ପୂର୍ବରୁ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ଘଟଣା ଜଣାପଡିବା ପରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ପୁଲିସ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି ।
ଦେଖନ୍ତୁ ଛାତିଥରା ଭିଡିଓ ; ବାପା ଫୋନ୍ ଦେଖିବା ବେଳେ ଶିଶୁ ଉପରେ ମାଡିଗଲା କାର୍..



