କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ରାଜନଗର ବ୍ଲକ ଘଡ଼ିଆମାଳ ଗାଁରେ ମଙ୍ଗଳବାର ବିଳମ୍ବିତ ରାତି ୧ଟା୩୦ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୪ଟି ପରିବାରର ୧୬ ବଖରା ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଛି। ଖବର ପାଇଁ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
Popular Categories



