www.samajalive.in
Saturday, December 6, 2025
26.1 C
Bhubaneswar

ବାରିମୂଳ ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲା ପରିବାର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ବାରିମୂଳ ଉପକାରାଗାରରେ ବନ୍ଦୀଥିବା ପଟ୍ଟାମୁଣ୍ଡାଇ ମାଳିପୁର ଗ୍ରାମର ରଞ୍ଜନ ମଳିକ(୫୨) ନାମକ ବିଚାରାଧୀନ କଏଦୀଙ୍କର ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ତେବେ ଜେଲ ଭିତରେ ତାଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ମୃତଦେହ କେନ୍ଦ୍ରାପଡ଼ା ମୁଖ୍ୟ ଡାକ୍ତରଖାନାରେ ରଖାଯାଇଥିବା ଜଣାପଡ଼ିଛି।

ଦୁଇ ମାସ ପୂର୍ବେ ନିଜ ଭାଇ ସହିତ ଜମିବାଡିକୁ କେନ୍ଦ୍ର କରି ତାଙ୍କର ଝଗଡା ହୋଇଥିଲା। ଏହି ଘଟଣାରେ ସେ ଦୁଇମାସ ହେବ ଜେଲରେ ବିଚାରାଧୀନ କଏଦୀ ଭାବେ ରହୁଥିଲେ। ଗତକାଲି ବିଳମ୍ବିତ ରାତିରେ ସେ ଅସୁସ୍ଥ ହୋଇ ପଡ଼ିବାରୁ ଜେଲ୍‌ କର୍ତ୍ତୃପକ୍ଷ ଚିକିତ୍ସା ପାଇଁ ତାଙ୍କୁ କେନ୍ଦ୍ରାପଡ଼ା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତରଖାନାରେ ପହଞ୍ଚିବା ବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା। ଏଯାବତ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମୋ ଶ୍ୱଶୁରଙ୍କୁ ଜେଲ୍‌ ହାଜତ ଭିତରେ ହତ୍ୟା କରାଯାଇଛି ବୋଲି ରଞ୍ଜନ ଜ୍ୱାଇଁ ଅଭିଯୋଗ କରିଛନ୍ତି। ଘଟଣା ସମ୍ପର୍କରେ ଜେଲ୍‌ କର୍ତ୍ତୃପକ୍ଷଙ୍କ ମତାମତ ମିଳିପାରିନାହିଁ।

Hot this week

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

Related Articles

Popular Categories