www.samajalive.in
Sunday, December 7, 2025
13.1 C
Bhubaneswar

ଯୁବତୀ ଜିଅନ୍ତା ଜଳିଯିବା ଘଟଣା, ଆତ୍ମହତ୍ୟା ଭଳି ଲାଗୁଛି କହିଲେ ଏସପି

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡାରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଏସପି ସିଦ୍ଧାର୍ଥ କାଟାରିଆ । ଏସପି କହିଛନ୍ତି ଯେ ପ୍ରଥମେ ଏହା ହତ୍ୟା ନା ଆତ୍ମହତ୍ୟା ତଦନ୍ତ କରୁଛୁ । ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ଭଳି ଜଣାପଡିଛି । କାରଣ ସବୁ ବାଟ ବନ୍ଦ ଥିଲା, ତେଣୁ ଏହା ଆତ୍ମହତ୍ୟା ଭଳି ଲାଗୁଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ଯଦି ଆତ୍ମହତ୍ୟା କରିଛନ୍ତି କାରଣ କଣ ତାହାର ତଦନ୍ତ ଚାଲିଛି ବୋଲି ଏସପି କହିଛନ୍ତି । ଅନ୍ୟପଟେ ଯୁବତୀଙ୍କ ବାପା କହିଛନ୍ତି ଯେ ସେ ପ୍ଲାନ କରି ମରିଛି, ଛଟପଟ ହେବନି ବୋଲି ଝିଅ ନିଜକୁ ବାନ୍ଧି ଥିଲା । ଜଣେ ଯୁବକ ମୋ ଝିଅର ଅଶ୍ଳୀଳ ଫଟୋ, ଭିଡ଼ିଓ ମୋ ପାଖକୁ ପଠାଉଥିଲା । ଏନେଇ ମୁଁ ଥାନାର ଦ୍ୱାରସ୍ଥ ହୋଇଥିଲି, ହେଲେ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ ହୋଇନଥିଲା ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories