www.samajalive.in
Tuesday, December 9, 2025
15.1 C
Bhubaneswar

ବଢିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍‌, ଏଣିକି ଦୁଇ ଗୁଣା..

ଭୁବନେଶ୍ବର: କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଖୁସି ଖବର। କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍‌ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବଢିଲା ବୋନସ୍। ଏହାଦ୍ବରା ୮ ଲକ୍ଷ ୫୦ ହଜାର ତୋଳାଳି ଉପକୃତ ହେବେ। ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରବିବାର ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ସମ୍ବଲପୁର ଜିଲା ଚାରମାଳଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଆଭାସୀ ମାଧ୍ୟମରେ ଯୋଡ଼ି ହୋଇ ଏନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସେହିପରି କେନ୍ଦୁପତ୍ର ବନ୍ଧାଳି ଓ ଋତୁକାଳୀନ ଶ୍ରମିକଙ୍କ ପ୍ରୋତ୍ସାହନ ରାଶିକୁ ମଧ୍ୟ ଦୁଇଗୁଣା ବୃଦ୍ଧି କରାଯାଇଛି। ପ୍ରୋତ୍ସାହନ ରାଶି ୫ରୁ ୧୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି ସରକାର। ଏଥିପାଇଁ ୧୧ କୋଟି ଟଙ୍କା ମଞ୍ଜୁର ହୋଇଛି। ଅପରପକ୍ଷେ, ଋତୁକାଳୀନ କର୍ମଚାରୀଙ୍କ ଦରମା ବୃଦ୍ଧି ଦାବି ପୂରଣ ହୋଇଛି। ହେଡ୍‌ ଚେକରଙ୍କ ମାସିକ ଦରମା ୨୨ ହଜାର ୬୩୧ରୁ ୨୪ ହଜାର ୪୨୦କୁ ବୃଦ୍ଧି ପାଇଛି। ମହଙ୍ଗା ଭତ୍ତା(ଡିଏ) ୪ ଶହ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି ପାଇଛି। ସର୍କଲ ଚେକରଙ୍କ ଦରମା ୧୭ ହଜାର ୭୪୦ରୁ ୨୧ ହଜାରରୁ ଅଧିକ ହୋଇଛି। ଡିଏ ୩୦୦ ରୁ ୪୫୦କୁ ବୃଦ୍ଧି ପାଇଛି। ସେହିପରି ବନ୍ଧାଳି ଚେକରଙ୍କ ଦରମା ୧୪ ହଜାର ୮୦୦ ଟଙ୍କାରୁ ୧୭ ହଜାର ୬୮୦କୁ ବୃଦ୍ଧି ପାଇଛି। ଡିଏ ୨ଶହରୁ ୩ଶହ ଟଙ୍କାକୁ ବୃଦ୍ଧି ହୋଇଛି। ମୁନସିଙ୍କ ଦରମା ୧୨ ହଜାର ୪୨୦ରୁ ୧୫ ହଜାର ୨୧୫ ଟଙ୍କାକୁ ବୃଦ୍ଧି ପାଇଛି। ମୁନସି-୨ଙ୍କ ଦରମା ୯ ହଜାର ୮୫୦ରୁ ୧୨ ହଜାର ୩୮୫ ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। ସେହିପରି କେନ୍ଦୁପତ୍ର କେରି ଦର ମଧ୍ୟ ବୃଦ୍ଧି କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories