www.samajalive.in
Monday, December 15, 2025
26.1 C
Bhubaneswar

ଚମ୍ପୁଆ-ଶାଶୁଘର ସାମ୍ନାରେ ଚାଲିଗଲା ଝିଅ ଜୋଇଁ ଏବଂ ନାତିର ଜୀବନ : ଟ୍ରକ ନେଲା ପ୍ରାଣ

ଭୁବନେଶ୍ୱର /ଚମ୍ପୁଆ- କେନ୍ଦୁଝର ଜିଲ୍ଲା ଚମ୍ପୁଆ ଅଞ୍ଚଳରେ ସଡକ ଦୁର୍ଘଟଣାରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ଏକ ଟ୍ରକ, ମଟର ସାଇକେଲ୍‌କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ତିନିଜଣଙ୍କର ମୃତ୍ୟୁ ହୋଇଛି । ବାପା ମାଆ ଏବଂ ପୁଅ, ସାନନଇ ରୁ ଦୋଳିତା ଆସୁଥିବା ବେଳେ ଏହି ଦ୍ରୁତଗାମୀ ଟ୍ରକ ଧକ୍କା ଦେଇଥିଲା ।

ସଡକ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର୍‌ ଫେରାର ହୋଇଯାଇଛି । ଏହାପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି । ଦୋଳିତାରେ ଥିବା ଶାଶୁଘରକୁ ଝିଅ ଜୋଇଁ ଏବଂ ନାତି ବୁଲିବା ପାଇଁ ଏକ ବାଇକ୍‌ରେ ଆସିଥିଲେ ।ଦୋଳିତା ଛକ ଘର ପାଖା ପାଖି ପହଁଞ୍ଚିବା ବେଳକୁ ଏହି ଦ୍ରୁତଗାମୀ ଟ୍ରକ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ଐବନ ପ୍ରଧାନ, ତାଙ୍କ ସ୍ତ୍ରୀ ଏବଂ ପୁଅର ମୃତ୍ୟୁ ହୋଇଥିବା ପ୍ରାଥମିକ ସୂଚନା ମିଳିଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories