www.samajalive.in
Monday, December 8, 2025
27.1 C
Bhubaneswar

ଗିରଫ ହେଲେ କନିଷ୍ଠ ଯନ୍ତ୍ରୀ

କେନ୍ଦୁଝର / ପାଟଣା : କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ଜଣେ କନିଷ୍ଠ ଯନ୍ତ୍ରୀ ବିଭୂତି ଭୂଷଣ ପ୍ରଧାନ  ସୋମବାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ସେ ଠିକାଦାରଙ୍କ ଠାରୁ ପି.ସି ବାବଦରେ ୭୫୦୦ ଲାଞ୍ଚ ନେଉଥିବା ବେଳେ ବ୍ଲକ ସ୍ଥିତ କେନ୍ଦୁଝର ବାସଭବନରେ କେନ୍ଦୁଝର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା ଅନୁଯାୟୀ, ମହ୍ଲାରପଦା ଗ୍ରାମର ଠିକାଦାର ହେମନ୍ତ ମହାନ୍ତଙ୍କ ଠାରୁ ପୂଜାମଣ୍ଡପର ଅନ୍ତିମ ବିଲ ପାସ କରାଇବା ପାଇଁ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏହି ଚଢାଉରେ ଭଦ୍ରକ ଭିଜିଲାନ୍ସ ଡ଼ି.ଏସ.ପି , ବାଲେଶ୍ୱର ବାରିପଦା ଭିଜିଲାନ୍ସ ଇନିସପେକ୍ଟରଙ୍କ ସମେତ କେନ୍ଦୁଝର ଭିଜିଲାନ୍ସ ଡ଼ି.ଏସ.ପି ଏବଂ ଅନ୍ୟାନ୍ୟ ଅଧିକାରୀ ସାମିଲ ଥିଲେ।

 

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories