www.samajalive.in
Saturday, December 6, 2025
26.1 C
Bhubaneswar

ଦୁଷ୍କର୍ମକାରୀକୁ ୧୦ବର୍ଷ ଜେଲ୍‌‌

କେନ୍ଦୁଝରଗଡ଼: ନାବାଳିକା ଦୁଷ୍କର୍ମକାରୀକୁ ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ଶୁକ୍ରବାର ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ଜେଲ୍‌‌ ଦଣ୍ଡାଦେଶ ଶୁଣାଇଛନ୍ତି। ୨୦ ଅପ୍ରେଲ ୨୦୨୦ରେ ଜଣେ ୧୬ବର୍ଷୀୟ ନାବାଳିକା ନିକଟସ୍ଥ ଜଙ୍ଗଲରୁ କାଠ ସଂଗ୍ରହ କରି ଘରକୁ ଫେରୁଥିବାବେଳେ ଆଶାକର୍ମୀ ସମ୍ପୃକ୍ତ ନାବାଳିକାଙ୍କ ଶରୀର ପରିବର୍ତ୍ତନ ଦେଖି ଏଏନଏମଙ୍କୁ ଅବଗତ କରିବା ପରେ ନାବାଳିକାକୁ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ପରୀକ୍ଷା କରିବା ପରେ ଗର୍ଭବତୀ ଥିବା ଜଣାପଡ଼ିଥିଲା। ଗର୍ଭବତୀ ହେବା ସମ୍ପର୍କରେ ପରିବାର ଲୋକେ ପଚରାଉଚୁରା କରିବାରୁ ପାଟଣା ଥାନା କାମେଶ୍ୱରପୁର ଗ୍ରାମର ଶରତ ମୁଣ୍ଡା(୨୨) ତାଙ୍କୁ ଧମକ ଦେଇ ବାରମ୍ବାର ଦୁଷ୍କର୍ମ କରିଆସିବା ସହ ଏ ସମ୍ପର୍କରେ କାହାରି ଆଗରେ ପ୍ରକାଶ କଲେ ଜୀବନରୁ ମାରିଦେବାକୁ ଧମକ ଦେଇଥିବାରୁ ଭୟରେ ଘଟଣା ସମ୍ପର୍କରେ କାହାରିକୁ କିଛି କହିପାରୁ ନଥିବା ନାବାଳିକା ଜଣକ କହିଥିଲେ। ଏ ନେଇ ପୀଡ଼ିତାଙ୍କ ମାଆ ୩ ମେ’ ୨୦୨୦ରେ ସ୍ଥାନୀୟ ଥାନାରେ ଅଭିଯୋଗ କରିବା ପରେ ପୁଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇ ଅଭିଯୁକ୍ତ ଶରତକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା।

ବାରିମୂଳ ଜେଲରେ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲା ପରିବାର

- Advertisement -

ଏହି ମାମଲାରେ ମୋଟ ୧୮ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଶୁକ୍ରବାର ମାମଲାର ଚୂଡାନ୍ତ ଶୁଣାଣୀ କରି ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର ଅଭିଯୁକ୍ତ ଶରତକୁ ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ଜେଲ୍‌‌ ଦଣ୍ଡ ସହ ୧୦ହଜାର ଟଙ୍କା ଜୋରିମାନା ଏବଂ ଜୋରିମାନା ଅନାଦେୟ ଅଧିକ ୬ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ପୀଡ଼ିତାଙ୍କୁ ୭ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ନିମନ୍ତେ ଜିଲା ଆଇନ ସେବା ପ୍ରାଧିକରଣକୁ ସୁପାରିଶ କରିଛନ୍ତି। ପୀଡ଼ିତାଙ୍କ ପକ୍ଷରୁ ସ୍ୱତନ୍ତ୍ର ପି.ପି. ଜ୍ଞାନେନ୍ଦ୍ରନାଥ ଜେନା ମକଦ୍ଦମା ପରିଚାଳନା କରୁଥିଲେ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories