www.samajalive.in
Saturday, December 6, 2025
16.1 C
Bhubaneswar

ଗ୍ୟାସ କଟରରେ କାଟି ଏଟିଏମରୁ ଟଙ୍କା ଲୁଟ

କେନ୍ଦୁଝର : କେନ୍ଦୁଝର ଜିଲା ଯୋଡ଼ା ସହର ବନେଇକଳାରେ ଥିବା ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମରୁ ଲୁଟ୍ ହୋଇଛି । ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଟିଏମକୁ ଗ୍ୟାସ କଟରରେ କାଟି ଟଙ୍କା ଲୁଟି ନେଇଥିବା ସନ୍ଦେହ କରାଯାଉଛି । ତେବେ କେତେ ଟଙ୍କା ଲୁଟ ହୋଇଛି ସେନେଇ କିଛି ସ୍ପଷ୍ଟ ହୋଇନାହିଁ ।
ସୂଚନା ପାଇ ଯୋଡ଼ା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ୍ ଟିମ୍ କୁ ମଧ୍ୟ ଡକାଯାଇଛି । ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜକୁ ଯାଞ୍ଚ କରୁଛି ପୁଲିସ। ଏଟିଏମର ଅପରପାର୍ଶ୍ଵ ଏକ ଫିଟନେସ ସେଣ୍ଟରରେ ଲାଗିଥିବା ସିସିଟିଭି ଫୁଟେଜରୁ କିଛି ତଥ୍ୟ ପୁଲିସ ହାତରେ ଲାଗିଛି । ୩ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଏହି ଲୁଟ୍ କରି ଥିବା ଫୁଟେଜରୁ ଜଣାପଡ଼ୁଛି । ତେବେ ଦୁର୍ବୃତ୍ତଙ୍କ ସମ୍ପର୍କରେ ପତ୍ତା ଲଗାଇବା ପାଇଁ ଚେଷ୍ଟା ଚଳାଇଛି ପୁଲିସ । ଅପରାହ୍ନରେ ସାଇଣ୍ଟିଫିକ୍ ଟିମ ଘଟଣା ସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories