ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା; ୩ମୃତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ୨୨୦ ନମ୍ବର ଜାତୀୟ ରାଜପଥ ଡିଆନାଳି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ  ୩ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ମାନେ ହେଲେ ରୁଢିଅପଡା ଗ୍ରାମର ସୁନିଲ କୁମାର ଦାସ , ସରସକୋଲାର ରମାକାନ୍ତ ନାଏକ ଓ ଆମ୍ବୁଆପଡାର ତ୍ରିଲୋଚନ ମହାନ୍ତ । ତେବେ ଦୁର୍ଘଟଣାରେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବାଇକ୍ ଆରୋହୀଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ବାଇକକୁ ଜବତ କରି ତଦନ୍ତ କରୁଛି ।

Comments are closed.